ରାଜ୍ୟରେ କରୋନା ନେଲା ଆଉ ୧୦ ଜୀବନ

ଭୁବନେଶ୍ବର, ୧୩/୦୯ : ରାଜ୍ୟରେହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଧୁବରେ ଲାଗିଛି । ଆଜି ରାଜ୍ୟରେ ୧୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଗଞ୍ଜାମ, ବାଲେଶ୍ୱର, କଳାହାଣ୍ଡି , ମୟୁରଭଞ୍ଜ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!