ରାଜ୍ୟରେ କରୋନା ନେଲା ୧୧ ଜୀବନ

ଭୁବନେଶ୍ୱର,୧୬ ।୯ : ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୪୨୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ପୁରୀ ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧାରୁ ୨, କଳାହାଣ୍ଡି, ମୟୂରଭଞ୍ଜ ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: