ରାଜ୍ୟରେ କାଳବୈଶାଖୀ ଓ ବଜ୍ରପାତ ସମ୍ଭାବନା,

ଭୁବନେଶ୍ବର,୧୦।୦୪ : ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୫ ଜିଲ୍ଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡା ଓ ଗଜପତି ଆଜି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହିସବୁ ଜିଲ୍ଲାବାସୀଙ୍କୁ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘରୁ ବାହାରକୁ ନବାହାରିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।  ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ଗଜପତି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବା ସହିତ କାଳବୈଶାଖୀ ହେବାର ବି ସମ୍ଭାବନା ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: