ରାଜ୍ୟରେ କାଳବୈଶାଖୀ ବର୍ଷା, ୨୦ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ଵର, ୦୪/୦୫ :  ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା ୨୪ ଘଣ୍ଟାରେ ଘନୀଭୂତ ହୋଇ ଲଘୁଚାପର ରୂପ ନେବ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଏହା ଗଭୀର ଅବପାତ ଓ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଏହାରି ମଧ୍ୟରେ ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ତାଜା ଅପଡେଟ ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।ରାଜ୍ୟରେ ଆଜି ୨୦ଟି ଜିଲ୍ଲାରେ ହୋଇପାରେ କାଳବୈଶାଖୀ ବର୍ଷା। ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସମୟରେ ପ୍ରବଳ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ଗୋଟିଏରୁ ଦୁଇଟି ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କି.ମି ବହିବାର ସମ୍ଭାବନା ରହିଛି। ଏନେଇ ୨୦ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ଵର , ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: