ରାଜ୍ୟରେ ଗ୍ରୀଷ୍ମ ପ୍ରବାହ:୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୯।୦୪ : ସାରା ଦେଶରେ   ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି ।  ପ୍ରଚଣ୍ଡ ତାତି ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଓ ଝାଞ୍ଜି ପବନ ଲୋକଙ୍କୁ ଅତିଷ୍ଠ କରି ପକାଉଛି । ଏସବୁ ଭିତରେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଓଡ଼ିଶା ସମେତ ୫ ରାଜ୍ୟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଏହି ସମୟ ମଧ୍ୟରେ ଓଡ଼ିଶା, ରାଜସ୍ଥାନ, ଦିଲ୍ଲୀ, ହରିଆଣା ଓ ଉତ୍ତର ପ୍ରଦେଶରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ ।  ଏନେଇ ଆଇଏମ୍‌ଡିର ବରିଷ୍ଠ ବୈଜ୍ଞାନିକ ଆର୍‌.କେ.ଜେନାମଣୀ ସୂଚନା ଦେଇଛନ୍ତି ।ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଏପରିକି ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ୁଛି। ଗୋଟିଏପଟେ ତାତି କେବେ କମିବ ଓ କେବେ ମୁକ୍ତି ମିଳିବ ଲୋକମାନେ ଚାହିଁ ଥିବାବେଳେ ଆଗାମୀ ୨ ଦିନ ଯାଏ ତାତିରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି ଜଣାପଡ଼ିଛି। ବରଂ ତାତି ଆହୁରି ବଢ଼ିବ। ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ସ୍ୱାଭାବିକ ତାପମାତ୍ରା ଠାରୁ ୩ରୁ ୫ ଡିଗ୍ରୀ ଯାଏ ଅଧିକ ତାତି ରହିପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ସେହିପରି ଆଜି ୧୧ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା-ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗିର।ମଇ ମାସ ପ୍ରଥମ ସପ୍ତାହରେ ତାପମାତ୍ରା ହ୍ରାସ ପାଇବାର ସମ୍ଭାବନା ରହିଛି । ଏପରିକି ଦିନର ତାପମାତ୍ରା ୨ ଡିଗ୍ରୀ ପର୍ଯ୍ୟନ୍ତ ଖସିବାର ଆଶା କରାଯାଉଛି । ଅନ୍ୟପକ୍ଷରେ ସେ ପର୍ଯ୍ୟନ୍ତ ରାଜ୍ୟବାସୀଙ୍କୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ନିସ୍ତାର ମିଳିବ ନାହିଁ । ତେଣୁ ଏ କ୍ଷେତ୍ରରେ ଯଥେଷ୍ଟ ସତର୍କତା ଅବଲମ୍ବନ କରିବାର ଆବଶ୍ୟକତା ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: