ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୨୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ କରୋନା ବଢ଼ିବାରେ ଲାଗିଛି  |  ଆଜି ରାଜ୍ୟରେ ଆଉ  ୧୩୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୮୮୭ ଜଣ ଚିହ୍ନଟ ହୋଇଥିବାବେଳେ ୪୩୩ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏଥିସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୧୩କୁ ବୃଦ୍ଧି ପାଇଛି।  ଗଞ୍ଜାମ ଜିଲାରୁ ସର୍ବାଧିକ ୫୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଅନୁଗୁଳ ଜିଲାରୁ ୬ଜଣ, ବାଲେଶ୍ୱରରୁ ୨୩ ଜଣ, ବରଗଡ ଜିଲ୍ଲାରୁ ୧୪ ଜଣ, ଭଦ୍ରକ ଜିଲ୍ଲାରୁ ୨୮ ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ ଜଣ, କଟକ ଜିଲ୍ଲାରୁ ୪୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୯୦ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨୩ଜଣ, ଝାରସୁଗୁଡା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩୯ଜଣ, କେନ୍ଦ୍ରପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୪ଜଣସ କୋରାପୁଟ ଜିଲ୍ଲାରୁ ୩୦ଜଣ, ନୟାଗଡ଼ ଜିଲ୍ଲାରୁ ୩୮ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୯୦ଜଣ, ରାୟଗଡ଼ା ଜିଲ୍ଲାରୁ ୬୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ ରହିଛନ୍ତି ।  ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: