ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା, ୟେଲୋୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୩୧/୦୫: ଆସନ୍ତା ଦୁଇ ଦିନ ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା ରହିଛି। ଆଜି ଅର୍ଥାତ୍ ମଙ୍ଗଳବାର ସୁନ୍ଦରଗଡ଼, କେଉଁଝର, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ଗଜପତି, ରାୟଗଡ଼ା, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନାଗିରି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।ସେହିପରି ବୁଧବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କେଉଁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ରାୟଗଡ଼ା, ଯାଜପୁର, ଗଞ୍ଜାମ ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ହଳଦିଆ ଚେତାବନୀ ଜାରି କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: