ରାଜ୍ୟରେ ଦୁଇ ଦିନ ଛେଚିବ ବର୍ଷା: ଲଘୁଚାପକୁ ନେଇ ସୂଚନା ଦେଲେ IMD ଡିଜି

ଭୁବନେଶ୍ୱର,୧୮।୮: ସକ୍ରିୟ ଲଘୁଚାପ ବର୍ତ୍ତମାନ ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ବଙ୍ଗଳାଦେଶ ଏବଂ ମିଆଁମାର ଉପକୂଳରେ ସକ୍ରିୟ ରହିଛି । ଗୁରୁବାର  ସନ୍ଧ୍ୟାରେ ଘନୀଭୂତ ହୋଇ ସୁଦୃଶଃ  ଲଘୁଚାପରେ ପରିଣତ ହେବ ।  ଉତ୍ତର-ପୂର୍ବ ଏବଂ ପାର୍ଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରର ବଙ୍ଗଳାଦେଶ ଏବଂ ମିଆଁମାର ଉପକୂଳରେ ଆଜି ପ୍ରତ୍ୟୁଷ (୧୮ ଅଗଷ୍ଟ, ଗୁରୁବାର) ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସହ ସକ୍ରିୟ ରହିଛି। ଏହା ଆଗାମୀ ୬ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ସୁଦୃଶଃ-ଲଘୁଚାପ ଏବଂ ପରବର୍ତୀ ୨୪ ଘଣ୍ଟା ମଧ୍ୟରେ (ଶୁକ୍ରବାର, ସକାଳ ୮ଟା ସୁଦ୍ଧା) ଅବପାତରେ ପରିଣତ ହେବା ସହ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବ।ରାଜ୍ୟରେ ପ୍ରବଳରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଲଘୁଚାପ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଉତ୍ତର-ପୂର୍ବ ଏବଂ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ସ୍ପଷ୍ଟ ରୂପରେ ଚିହ୍ନିତ ହେବ । କାଲି ସକାଳେ ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ।ଏହାର ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ । ଉପକୂଳ ଓଡିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ, ପୁରୀ, ଗଞ୍ଜାମ ଓ ଗଜପତିର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ତେବେ ଆଜି ଅଧିକ ବର୍ଷା ହେବାର ସମ୍ଭାବନା ନାହିଁ , କାଲି ଓ ପଅରଦିନ ଆଡ଼କୁ ବେଶୀ ବର୍ଷିବ । ୧୯ ତାରିଖରେ ଓଡ଼ିଶାରେ ସବୁଠାରୁ ଅଧିକ ବର୍ଷା ହେବ । ଆସନ୍ତା କାଲି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ରହିଛି ।ସେହିପରି ୨୦ରେ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଛତିଶଗଡ଼ରେ ମଧ୍ୟ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ୨ ଦିନ ପାଇଁ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ତେବେ ଆଗାମୀ ବର୍ଷା ବନ୍ୟା ସ୍ଥିତିକୁ ଅଧିକ ପ୍ରଭାବିତ କରିପାରେ । ନଦୀରେ ବନ୍ୟା ଜଳ ଥିବା ବେଳେ ପୁଣି ବର୍ଷା ପ୍ରଭାବ ପକାଇପାରେ । ସହରାଞ୍ଚଳରେ ଅର୍ବାନ୍ ଫ୍ଲଡ, ପାହାଡ଼ି ଅଞ୍ଚଳରେ ଭୂସ୍ଖଳନ ଘଟିବାର ଅନେକ ଆଶଙ୍କା ରହିଛି । ୨୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ|

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: