ଭୁବନେଶ୍ୱର,,୨୫ ।୩: ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ,ଆସନ୍ତା ୨୬ ତାରିଖରୁ ପୁଣି ହେବ ବର୍ଷା । ୨୬ ଓ ୨୭ ତାରିଖରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଏହି ଝଡ଼ବର୍ଷା ହେବ । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ, ସ୍ୱତନ୍ତ୍ର ରିଲିଫ କମିସନର ଚିଠି ଲେଖି ସତର୍କ ରହିବା ପାଇଁ ଆର୍ଲଟ କରିଛନ୍ତି । ଦୁଇ ଦିନ ପାଇଁ କାଳବୈଶାଖୀ ବଢ଼ିବା ସମ୍ଭାବନା ରହିଛି । ୨୮ ତାରିଖ ବେଳକୁ କାଳବୈଶାଖୀ ପ୍ରଭାବ ସାମାନ୍ୟ କମିବ । ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟା ପାଇଁ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି, ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ ବିଭାଗ ଆଞ୍ଚଳିକ ପାଣିପାଗ ସୂଚନା ଅନୁଯାୟୀ, ୨୬ ତାରିଖ ଦିନ କୋରାପୁଟ, ରାୟଗଡ଼ା, ମାଲକାନାଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଆଦି ଜିଲ୍ଲା ମାନଙ୍କର କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବ । ତେବେ ଝଡ଼ବାତ୍ୟା ପାଇଁ ଏହିସବୁ ଜିଲ୍ଲା ଗୁଡିକୁ ୟେଲୋୱାଣ୍ଣିଂ ଜାରି କରାଯାଇଛି । ୨୭ ତାରିଖରେ ବର୍ଷାର ମାତ୍ରା ବଢିବ ବୋଲି କୁହାଯାଉଛି । ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବିଜୁଳି, ଘଡଘଡି ସହିତ ବର୍ଷା ହେବ ବୋଲି ସୂଚନା ମିଳିଛି । ଏହାସହ ପବନର ବେଗ ୩୦ରୁ ୪୦ ବେଗରେ ରହିବ ବୋଲି କୁହାଯାଉଛି ।ସ୍ୱତନ୍ତ୍ର ରିଲିଫ କମିସନର, ସମସ୍ତ ଜିଲ୍ଲାପଳଙ୍କୁ ସତର୍କ ରହିବା ପାଇଁ ଚିଠି ଲେଖିଛନ୍ତି । ୟେଲୋୱାଣ୍ଣିଂ କରାଯାଇଥିବା ଜିଲ୍ଲାମାନଙ୍କରେ ଥିବା ଲୋକମାନେ ଘଡଘଡି ବା ବଜ୍ରପାତ ସମୟରେ ସୁରକ୍ଷିତ ସ୍ଥାନରେ ରହିବା ପାଇଁ କୁହାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |