ରାଜ୍ୟରେ ପଶ୍ଚିମା‌ ଝଡ଼ ପ୍ରଭାବରେ ଏପ୍ରିଲ ୩ ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ୱର,୩୧ ।୩:ପଶ୍ଚିମା‌ ଝଡ଼ ପ୍ରଭାବରେ  ଉପକୂଳ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ ‌‌କେନ୍ଦ୍ର ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ବାଲେଶ୍ବର, ଭଦ୍ରକ, ଯ‌ାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ଝଡ଼ବର୍ଷା ସହ କୁଆପଥର ବର୍ଷା ହୋଇପାରେ। ଏଥିସହ ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ବୌଦ୍ଧ ଆଦି ଜିଲ୍ଲାରେ ଝଡ଼ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବ। ଏଣୁ ଏହି ୯ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ୧ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଣୁ ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!