ଭୁବନେଶ୍ୱର,୧୭ା୩ : ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ପ୍ରବଳ ବର୍ଷା ନେଇ ୧୦ ୧୦ ଜିଲାକୁ ଶୁକ୍ରବାର ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ଶନିବାର ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା,ମାଲକାନଗିରି, କନ୍ଧମାଳ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝରକୁ ସତର୍କ ସୂଚନା ଦିଆଯାଇଛି। କିଛି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।ରାଜ୍ୟରେ ପାଗ ମେଘୁଆ ରହିଥିବା ବେଳେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇଯାଇଛି। ଆସନ୍ତା ୧୯ ତାରିଖ ଯାଏ ରାଜ୍ୟରେ ଏହିଭଳି ପାଗ ସହ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ୧୮ ତାରିଖରେ ରାଜ୍ୟର ୬ ଜିଲ୍ଲାରେ କୁଆପଥର ବର୍ଷା ମଧ୍ୟ ହେବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ବାଂଲାଦେଶ ଓ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ରହିଥିବା ଘୂର୍ଣ୍ଣିବଳୟ ମଧ୍ୟ ଦେଇ ଏକ ଟ୍ରଫ୍ଲାଇନ୍ ଗତି କରୁଛି। ଏହି ଟ୍ରଫ୍ଲାଇନ୍ଟି ପଶ୍ଚିମବଙ୍ଗ ଓ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଗତି କରୁଛି। ଏହାର ପ୍ରଭାବରେ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସହ ପାଗ କୋହଲା ରହିଛି। ଆସନ୍ତାକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ଯଥା, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ୪୦ରୁ ୫୦ କିମି ବେଗରେ ପବନ ମଧ୍ୟ ବହିବ।୧୮ ତାରିଖ ଦିନ ରାଜ୍ୟରେ କୁଆପଥର ବର୍ଷା ସମ୍ଭାବନା ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |