ଭୁବନେଶ୍ୱର: ୪୮ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପୂର୍ବାନୁମାନ କରିଛି। ରାଜ୍ୟର ଜଗତସିଂହପୁର, ପୁରୀ, ଗଞ୍ଜାମ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ଆଶଙ୍କା ନେଇ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର ଆଦି ଜିଲ୍ଲାକୁ ସତର୍କ କରାଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଅଗଷ୍ଟ ୯ରୁ ୧୦ ତାରିଖ ମଧ୍ୟରେ କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, ଗଞ୍ଜାମ, ନୂଆପଡ଼ା, ରାୟଗଡ଼ା,ଗଜପତି, ପୁରୀ, ବରଗଡ଼, ସୋନପୁର ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭବାନା ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |