ରାଜ୍ୟରେ ବଦଳିବ ପାଗ,୫ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର,୦୪/୦୮: ଗୁରୁବାର ଠାରୁ ରାଜ୍ୟରେ ପାଗ ବଦଳିବା ସହ ତାତିରୁ ତ୍ରାହି ମିଳିବ । ସକ୍ରିୟ ହେବ ଦୁର୍ବଳ ମୌସୁମୀ ଟ୍ରାପ୍‌ଲାଇନ୍‌ । ଗୁରୁବାର ଠାରୁ ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ ୫ ଓ ୬ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୭ ଅଗଷ୍ଟ ୨୦୨୨ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପ୍ରଭାବରେ ୭ ଏବଂ ୮ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସଂପ୍ରତି ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ୍‌ ଲାଇନ୍‌ ଦୁର୍ବଳ ଅବସ୍ଥାରେ ଥିବାବେଳେ ଲଘୁଚାପ ପରେ   ସକ୍ରିୟ ହେବବୋଲି ଆଶା କରାଯାଉଛି।  ଏହା ପୂର୍ବରୁ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ଲାଗିରହିବ। ୫ ତାରିଖରେ ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ୬ ତାରିଖରେ ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ କେନ୍ଦୁଝର ଆଦି ଜିଲ୍ଲାରେ ବିଜୁଳି ସହ ପ୍ରବଳ ବର୍ଷା ହେବ । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: