ରାଜ୍ୟରେ ବନ୍ଦ ହେଲା ବିଜୁ ଯୁବବାହିନୀ

ଭୁବନେଶ୍ୱର,୧୨ ।୩ : ସାଧାରଣ ନିର୍ବାଚନ ପୂର୍ବରୁ ସୃଷ୍ଟ ବିଜୁ ଯୁବ ବାହିନୀ ବନ୍ଦ । ଚଳିତ ଆର୍ଥିକ ବର୍ଷ ୨୦୨୦-୨୧ରେ ରାଜ୍ୟ ବଜେଟରେ ବିଜୁ ଯୁବବାହିନୀ ପାଇଁ ଅର୍ଥବ୍ୟବସ୍ଥା ନାହିଁ, ତେଣୁ ବିଜୁ ଯୁବ ବାହିନୀ ବର୍ତ୍ତମାନ କାର୍ଯ୍ୟକ୍ଷମ ନାହିଁ ଓ ରାଜ୍ୟର କୌଣସି ଅଞ୍ଚଳରେ ଲୋକଙ୍କ ସ୍ବାର୍ଥପାଇଁ କୌଣସି କାର୍ଯ୍ୟକ୍ରମ ବିଜୁ ଯୁବବାହିନୀ ଦ୍ବାରା ବର୍ତ୍ତମାନ କରାଯାଉନାହିଁ ବିଜୁ ଯୁବ ବାହିନୀ ବନ୍ଦ ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା । ବିଧାନସଭାରେ ଉତ୍ତର ରଖି ବିଜୁ ଯୁବକ ବାହିନୀ ବନ୍ଦ ହୋଇଥିବା କହିଛନ୍ତି ମନ୍ତ୍ରୀ । ସେ କହିଛନ୍ତି ଯେ, ‘ଚଳିତ ଆର୍ଥିକ ବର୍ଷ ପାଇଁ ବଜେଟରେ କୌରସି ଅର୍ଥ ବ୍ୟବସ୍ଥା ନାହିଁ । ତେଣୁ ବିଜୁ ଯୁବ ବାହିନୀ ବର୍ତ୍ତମାନ କାର୍ଯ୍ୟକ୍ଷମ ନାହିଁ । ରାଜ୍ୟର କୌଣସି ଅଞ୍ଚଳରେ ଲୋକଙ୍କ ସ୍ୱାର୍ଥରକ୍ଷା ପାଇଁ ବର୍ତ୍ତମାନ କାର୍ଯ୍ୟ କରୁନି ଯୁବ ବାହିନୀ । ବଜେଟରେ ଅର୍ଥ ବ୍ୟବସ୍ଥା ନଥିବାରୁ ଖର୍ଚ୍ଚର କୌଣସି ଅବକାଶ ନାହିଁ ।’

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: