ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା,୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର ,୨୪।୦୧ : ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଉତ୍ତର ଓ ପୂର୍ବ ଓଡ଼ିଶାର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।ରାଜଧାନୀ ଭୁବନେଶ୍ବର ସମେତ ସୋନପୁର, ସୁନ୍ଦରଗଡ, ସମ୍ବଲପୁର, କେନ୍ଦୁଝର, ଝାରସୁଗୁଡା, ବାରିପଦା, ଚାନ୍ଦବାଲି ଏବଂ ବାଲେଶ୍ବର ଜିଲାର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି । ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ଏଥିପାଇଁ ୯ ଟି ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରାଯାଇଛି । ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର,ମୟୁରଭଞ୍ଜ ଏବଂ ଢେ଼ଙ୍କାନାଳ ଜିଲ୍ଲାକୁ ସତର୍କତା କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତା ୨୬ ଯାଏଁ ରାଜ୍ୟର ଅନେକ ସ୍ଥାନରେ କୋହଲା ପାଗ ରହିବା ସହ ବର୍ଷା ହୋଇପାରେ । ୨୪ ଏବଂ ୨୫ରେ ରେ ରାଜ୍ୟର ଅନେକ ସ୍ଥାନରେ କୁହୁଡି ଦେଖାଦେବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: