ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ:୨୫ ଯାଏ ପ୍ରବଳ ବର୍ଷା

ଭୁବନେଶ୍ବର,୨୨/୬: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାରେ ଲାଗିଛି। ଗତ ୨୪ଘଣ୍ଟାରେ ମୌସୁମୀ ସକ୍ରିୟ ହେବା ଯୋଗୁଁ ରାଜ୍ୟରେ ପାଖାପାଖି ୧୭.୩ ମିମି ବର୍ଷା ରେକର୍ଡ ହୋଇଛି। ମୌସୁମୀର ବଙ୍ଗୋପସାଗର ଶାଖା ସକ୍ରିୟ ଥିବା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେତେକ ଅଞ୍ଚଳରେ ୭ରୁ ୧୧ ସେଣ୍ଟିମିଟର (ସେମି) ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।  ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ ଘଂଟା ମଧ୍ୟରେ ଓଡିଶାର ସମ୍ବଲପୁର, ଅନୁଗୁଳ, ବୌଦ୍ଧ, କଟକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ ଗଂଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ପୁରୀ ଓ ଗଂଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୩ ତାରିଖ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ, ନବରଙ୍ଗପୁର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ. କେନ୍ଦୁଝର, ଯାଜପୁର ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ରାଜ୍ୟର ଅନ୍ୟ ସମସ୍ତ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବାରୁ ସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: