ରାଜ୍ୟରେ ଲାଗି ରହିବ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୨/୯ : ଲଘୁଚାପ ପାଇଁ ରାଜ୍ୟରେ ବର୍ଷା ଜାରି ରହିଛି।  ଆଜି ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।  ଏହାସହ ୨ ଜିଲ୍ଲାରେ  ପ୍ରବଳ ବର୍ଷା ହେବ। ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଗତ ୨ଦିନ ହେଲା ରାଜ୍ୟରେ  ପ୍ରବଳ ବର୍ଷା ହୋଇଛି। ଗତ ୨୪ ଘଣ୍ଟାରେ ଉଲୁଣ୍ଡାରେ ସର୍ବଧିକ ୧୪୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରିନବରଙ୍ଗପୁର ଓ ରାୟଗଡରେ ୧୧୦ ମିଲିମିଟର, ବାସୁଦେବପୁରରେ ୧୦୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସମୁଦ୍ର ଅଶାନ୍ତା ଥିବାରୁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଅନ୍ୟପଟେ୨୪ ତାରିଖରୁ ପୁଣି  ବର୍ଷା ବଢିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିିଳିଛି। ଏହାସହ ୨୪ରୁ ୨୫ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ନୂଆପଡା ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୁରଭଞ୍ଜରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!