ରାଜ୍ୟରେ ସ୍ୱାଭାବିକ ମୌସୁମି ଆରମ୍ଭ, ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର,୧୯/୬: ଦକ୍ଷିଣ ପଶ୍ଚିମ ବିହାରର ଆଖାପାଖ ଏବଂ ଦକ୍ଷିଣ ପୂର୍ବ ଉତ୍ତରପ୍ରଦେଶ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ପଶ୍ଚିମ ରାଜସ୍ଥାନ ଓ ଉତ୍ତର ପୂର୍ବ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର (ଟ୍ରପଲାଇନ୍‍)ରହିଛି। ଲଘୁଚାପ ଓ ଟ୍ରପଲାଇନ ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଶୁକ୍ରବାର ବର୍ଷା ହୋଇଛି। ଆଗାମୀ ଦୁଇଦିନ ମଧ୍ୟରେ ସୃଷ୍ଟ ଲଘୁଚାପ ଦୁର୍ବଳ ହୋଇଯିବ।୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଗ ଅନୁକୂଳ ଏବଂ ଲଘୁଚାପ ସୃଷ୍ଟି ହେଲେ ମୌସୁମି ସକ୍ରିୟ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ରର ଆକଳନ ଅନୁଯାୟୀ ଆସନ୍ତା ୨୧ ଓ ୨୨ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। କେନ୍ଦ୍ର ପକ୍ଷରୁ କେତେକ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: