ଭୁବନେଶ୍ବର ୧୨/୦୯: ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜ୍ୟରେ ୧୧ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ହୋଇଥିବା ବେଳେ ବଲାଙ୍ଗୀର , କେନ୍ଦୁଝର, ଯାଜପୁର, କନ୍ଧମାଳ, ରାୟଗଡ଼, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |