ଭୁବନେଶ୍ବର, ୧୦/୦୯: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ୧୧ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ୧୧ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ, ପୁରୀରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଗଞ୍ଜାମ, କୋରାପୁଟ, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୫୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |