ରାଜ୍ୟରେ ୧୨୨୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର ,୧୧/୧୧ : ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜ୍ୟରେ ୧୨୨୦କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତ ସଂଖ୍ୟା ୩୦୫୦୦୦ରେ ପହଞ୍ଚିଛି ।ତେବେ ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଅନୁଗୁଳ ଜିଲ୍ଲାରୁ ୫୮ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୬୦ଜଣ, ଭଦ୍ରକ ଜିଲ୍ଲାରୁ ୨୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୩ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୯୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୬ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୫୯ ଜଣ, ଯାଜପୁର ଜିଲ୍ଲାରୁ ୨୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୨ଜଣ, କଳାହାଣ୍ଡି ଜିଲ୍ଲାରୁ ୫୯ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୮ଜଣ, କେନ୍ଦୁଝର ଜିଲ୍ଲାରୁ ୪୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୪ଜଣ, କୋରାପୁଟ ଜିଲ୍ଲାରୁ ୨୧ଜଣ, ମାଲକାନଗିରି ଜିଲ୍ଲାରୁ ୧୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୪ଜଣ, ନୟାଗଡ଼ ଜିଲ୍ଲାରୁ ୨୦ଜଣ, ନୂଆପଡ଼ା ଜିଲ୍ଲାରୁ ୬୬ଜଣ, ପୁରୀ ଜିଲ୍ଲାରୁ ୬୦ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୪୦ଜଣ, ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୯ଜଣ, ଷ୍ଟେଟ ପୁଲ୍‌ରୁ ୨୧ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୦୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: