ଭୁବନେଶ୍ବର ୦୮/୦୯: ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜ୍ୟରେ ୧୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ମୃତକଙ୍କ ମଧ୍ୟରୁ ପୁରୀରୁ ୩ ଜଣ, ଗଞ୍ଜାମ, ମୟୂରଭଞ୍ଜ, ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ । ଖୋର୍ଦ୍ଧା , କଟକ, କନ୍ଧମାଳ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୫୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |