ରାଜ୍ୟରେ ୧୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର ୧୮/୦୯: ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜ୍ୟରେ ୧୩ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ୧୩ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ରହିଥିବା ବେଳେ । ପୁରୀ ଓ କେନ୍ଦ୍ରପଡ଼ାରୁ ୨ ଜଣ ଲେଖାଏଁ ରହିଛନ୍ତି । ବରଗଡ଼, ବଲାଙ୍ଗୀର,କଟକ ଓ ଗଜପତି,କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: