ରାଜ୍ୟରେ ୧୪ ଜିଲ୍ଲାରେ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୨୪/୦୬ : ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ   ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏଥିପାଇଁ ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଂଜାମ, ବୌଦ୍ଧ, ଅନୁଗୁଳ, କଟକ, ଢ଼େଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: