ରାଜ୍ୟରେ ୨୪ ଘଣ୍ଟାରେ ଚିିହ୍ନଟ ହେଲେ ୮୩୬ କରୋନା ପଜିଟିଭ

ଭୁବନେଶ୍ଵର, ୦୫/୦୮ : ରାଜ୍ୟରେ  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୪୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୭୩୦୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।୨୯ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୨୪୨ ଜଣ, ଖୋର୍ଦ୍ଧାରୁ ୧୧୭ ଜଣ, ସମ୍ବଲପୁରରୁ ୬୨ ଜଣ, ମୟୂରଭଞ୍ଜରୁ ୫୫ ଜଣ, ନବରଙ୍ଗପୁରରୁ ୩୩ ଜଣ, ବଲାଙ୍ଗୀରରୁ ୩୨ ଜଣ, ବରଗଡ଼ରୁ ୩୦ ଜଣ, କଳାହାଣ୍ଡିରୁ ୨୫ ଜଣ,ନୂଆପଡ଼ାରୁ ୨୧ ଜଣ, କଟକରୁ ୨୦ ଜଣ, ନୟାଗଡ଼ରୁ ୧୯ ଜଣ, କୋରାପୁଟରୁ ୧୭ ଜଣ, ଝାରସୁଗୁଡ଼ା ଓ କନ୍ଧମାଳ ଜିଲ୍ଲାରୁ ୧୬ ଜଣ ଲେଖାଁଏ, ଯାଜପୁର ଓ ସୋନପୁର ଜିଲ୍ଲା ୧୪ ଜଣ ଲେଖାଁଏ, ବୌଦ୍ଧରୁ ୧୦ ଜଣ, ବାଲେଶ୍ବର ଓ ରାୟଗଡ଼ା ଜିଲ୍ଲାରୁ ୯ ଜଣ ଲେଖାଁଏ, କେନ୍ଦୁଝରରୁ ୮ ଜଣ, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଳାରୁ ୭ ଜଣ ଲେଖାଁଏ, ଦେବଗଡ଼ ଓ ଗଜପତି ଜିଲ୍ଲାରୁ ୬ ଜଣ ଲେଖାଁଏ, ଭଦ୍ରକ ଓ ଜଗତସିଂହପୁର ଜିଲ୍ଲାରୁ ୪ ଜଣ ଲେଖାଁଏ, ଅନୁଗୁଳ ଓ ଢ଼େଙ୍କାନାଳ ଜିଲ୍ଲାରୁ ୨ ଜଣ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୨୭ ଜଣ ଆକ୍ରାନ୍ତ ରହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: