ଭୁବନେଶ୍ୱର,୦୮/୦୮: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୫୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୭୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୯୫୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।୨୯ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୩୭ ଜଣ, ଖୋର୍ଦ୍ଧାରୁ ୭୦ ଜଣ, ସମ୍ବଲପୁରରୁ ୫୮ ଜଣ, ବଲାଙ୍ଗୀରରୁ ୪୭ ଜଣ, ବରଗଡ଼ରୁ ୪୬ ଜଣ, ମୟୂରଭଞ୍ଜରୁ ୪୩ ଜଣ, କଳାହାଣ୍ଡିରୁ ୩୬ ଜଣ, ନବରଙ୍ଗପୁରରୁ ୩୪ ଜଣ,ସୋନପୁରରୁ ୨୧ ଜଣ, ନୟାଗଡ଼ରୁ ୧୮ ଜଣ, ନୂଆପଡ଼ାରୁ ୧୬ ଜଣ, ରାୟଗଡ଼ାରୁ ୧୫ ଜଣ, କନ୍ଧମାଳରୁ ୧୩ ଜଣ, କୋରାପୁଟରୁ ୧୧ ଜଣ, ଝାରସୁଗୁଡ଼ାରୁ ୯ ଜଣ, ଯାଜପୁରରୁ ୮ ଜଣ, ପୁରୀରୁ ୭ ଜଣ, ବାଲେଶ୍ବର ଓ ଗଜପତି ଜିଲ୍ଲାରୁ ୬ ଜଣ ଲେଖାଁଏ, ବୌଦ୍ଧ ଓ ଢ଼େଙ୍କାନାଳ ଜିଲ୍ଲାରୁ ୩ ଜଣ ଲେଖାଁଏ, ଅନୁୁଗୁଳ, କେନ୍ଦ୍ରାପଡ଼ା ଓ ମାଲକାନଗିରି ଜିଲ୍ଲଶରୁ ୨ ଜଣ ଲେଖାଁଏ, ଭଦ୍ରକ ଓ ଗଜପତି ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୧୫ ଜଣ ଆକ୍ରାନ୍ତ ରହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |