ରାଜ୍ୟରେ ୨୪ ଘଣ୍ଟାରେ ୫୮୦ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୬/୯: ଗତ କିଛିଦିନ ହେବ ରାଜ୍ୟରେ କରୋନା ସଂକ୍ରମଣ କମିଥିବା ବେଳେ ସଂକ୍ରମଣ ପୁଣି ବଢ଼ିଛି। ରାଜ୍ୟରେ ୨୪ ଘଣ୍ଟାରେ ୫୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୭ ଜଣ ଆକ୍ରାନ୍ତ ଅଛନ୍ତି। କ୍ୱାରେଣ୍ଟିନରୁ ୩୩୬ ଚିହ୍ନଟ ହୋଇଥିବା ଲୋକାଲ କେସ୍ ୨୪୪ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୨୬୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୫୮୦ ପଜିଟିଭ୍‌ଙ୍କ ମଧ୍ୟରୁ ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୧୭ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୭ ଜଣ, କଟକରୁ ୮୭ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୯ ଜଣ, ଜଗତସିଂହପୁରରୁ ୧୩, ଯାଜପୁରରୁ ୨୯, ଝାରସୁଗୁଡ଼ାରୁ ୧୧, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୨୬୧ ଜଣ, କୋରାପୁଟରୁ ୪, ମାଲକାନଗିରିରୁ ୧, ମୟୁରଭଞ୍ଜରୁ ୭ ଜଣ, ନୟାଗଡ଼ରୁ ୭, ପୁରୀରୁ ୧୮ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ବଲପୁରରୁ ୬ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲ୍‌ରୁ ୫୯ଜଣ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୭୧୮ରେ ପହଞ୍ଚି ଥିବାବେଳେ ଆକ୍ଟିଭ୍‌ କେସ୍‌ ୬୨୯୦ ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: