ଭୁବନେଶ୍ୱର,୧୨/୦୭: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୪୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୧୭୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।୨୮ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୩୭ ଜଣ, ଖୋର୍ଦ୍ଧାରୁ ୭୭ ଜଣ, ମୟୂରଭଞ୍ଜରୁ ୪୦ ଜଣ, କଳାହାଣ୍ଡିରୁ ୩୯ ଜଣ, ନୂଆପଡ଼ାରୁ ୩୮ ଜଣ, ବଲାଙ୍ଗୀରରୁ ୩୬ ଜଣ, ନବରଙ୍ଗପୁରରୁ ୨୩ ଜଣ, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୨୨ ଜଣ ଲେଖାଁଏ, ନୟାଗଡ଼ ଓ ସୋନପୁର ଜିଲ୍ଲାରୁ ୧୭ ଜଣ ଲେଖାଁଏ, କଟକ ଓ କଳାହାଣ୍ଡି ଜିଲ୍ଲାରୁ ୧୪ ଜଣ ଲେଖାଁଏ, କେନ୍ଦୁଝରରୁ ୧୧ ଜଣ, ବାଲେଶ୍ବରରୁ ୧୦ ଜଣ, ରାୟଗଡ଼ାରୁ ୯ ଜଣ, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୭ ଜଣ ଲେଖାଁଏ, ଗଜପତିରୁ ୬ ଜଣ, ବୌଦ୍ଧରୁ ୫ ଜଣ, ଦେବଗଡ଼ରୁ ୪ ଜଣ, ଜଗତସିଂହପୁରରୁ ୩ ଜଣ, ଭଦ୍ରକ ଓ କୋରାପୁଟ ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଁଏ, ଏବଂ ଷ୍ଟେଟ୍ ପୁଲ୍ରୁ ୧୭ ଜଣ ଆକ୍ରାନ୍ତ ରହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |