ରାଜ୍ୟରେ ୫ ଦିନ ପ୍ରଚଣ୍ଡ ତାତି: ୧୧ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର, ୨୮।୪  :ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ରାଜ୍ୟରେ ଆଉ ୪ରୁ ୫ ଦିନ ପ୍ରଚଣ୍ଡ ତାତି ଲାଗି ରହିବ ବୋଲି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର |ଆଗାମୀ ୧ ତାରିଖ ପର୍ଯ୍ୟନ୍ତ ସ୍ବାଭାଵିକ ତାପମାତ୍ରାଠାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ୩ ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ତାତି ରହିବ। ଅନେକ ସ୍ଥାନରେ ୪୦ ଡିଗ୍ରୀ କିମ୍ବା ତାଠୁ ଅଧିକ ତାପମାତ୍ରା ରେକର୍ଡ ହୋଇପାରେ । ଉପକୂଳ ଓଡିଶାରେ ୨ ରୁ ୩ ଡିଗ୍ରୀ ତାପମାତ୍ରା ବଢ଼ିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଶୁକ୍ରବାର ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ  ଜାରି କରାଯାଇଛି। ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼ ,ବରଗଡ଼, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର  ଜିଲା ପାଇଁ ଏହି ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: