ଭୁବନେଶ୍ବର ୦୫।୦୯: ରାଜ୍ୟରେ ହୁ ହୁ ହୋଇ କରାେନା ଆକ୍ରାନ୍ତ ଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ୭ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।୭ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ, ବଲାଙ୍ଗୀର, କଟକ, ଗଞ୍ଜାମ,ମାଲକାନଗିରି ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |