ଭୁବନେଶ୍ୱର ,୨୨/୯ : ରାଜ୍ୟରେ କରୋନା ପ୍ରକୋପ ଜାରି ରହିଛି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୪୧୮୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୫୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୭୩୬ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୮୮,୩୧୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |