ରାଜ୍ୟର ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ସୁନ୍ଦରଗଡ଼ ୧୨ ଘଣ୍ଟା ପାଇଁ ବନ୍ଦ

ସୁନ୍ଦରଗଡ଼ ,୧୯/୦୮: ରାଜ୍ୟର ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ସୁନ୍ଦରଗଡ଼ ୧୨ ଘଣ୍ଟା ପାଇଁ ବନ୍ଦ|୧୨ ଘଣ୍ଟା ପାଇଁ ବନ୍ଦ ହେବାକୁ ଯାଉଛି ସୁନ୍ଦରଗଡ଼ ଜିଲ୍ଲା । ଏହି ଜିଲ୍ଲାରେ ରାଜ୍ୟର ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ବନ୍ଦ ଡାକରା ଦିଆଯାଇଛି । ଏହି କାରଣରୁ ସୁନ୍ଦରଗଡ଼ ସହରରେ ୧୨ ଘଣ୍ଟିଆ ବନ୍ଦ ପାଳନ ଆରମ୍ଭ ହୋଇଛି ।ତେବେ ବନ୍ଦ ଡାକ୍ତରା ଯୋଗୁଁ ସହରରେ ବସ୍ ଚଳାଚଳ ଓ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିଛି । ପଶ୍ଚିମ ଓଡ଼ିଶା ଯୁବ ମଞ୍ଚ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୫ଟା ଯାଏଁ ସୁନ୍ଦରଗଡ଼ ବନ୍ଦ ରହିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: