ରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ଯଶୱନ୍ତ ସିହ୍ନା

ନୂଆଦିଲ୍ଲୀ ,୨୭/୦୬:  ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀ ଦଳର ପ୍ରାର୍ଥୀ ଯଶୱନ୍ତ ସିହ୍ନା ସୋମବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଯଶୱନ୍ତ ସିହ୍ନାଙ୍କ ନାମାଙ୍କନ ଦାଖଲ ବେଳେ ବିରୋଧୀ ଦଳର ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ । ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଭାବେ ସେ ନିଜର ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ତାଙ୍କ ସହିତ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ, ସପାର ଅଧ୍ୟକ୍ଷ ଅଖିଳେଶ ଯାଦବ, ଏନସିପିର ମୁଖ୍ୟ ଶରଦ ପାୱାର, ମଲ୍ଲିକାର୍ଜୁନ ଖାରଗେ ଜୟରାମ ରମେଶ, ଡିଏମକେ ନେତା ଏ ରାଜା, ଏନସିପି ନେତା ଫାରୁକ ଅବଦୁଲା,  ସମେତ ଅନ୍ୟ ବିରୋଧୀ ନେତା ଉପସ୍ଥିତ ଥିଲେ ।  ଯଶୱନ୍ତ ସିହ୍ନାଙ୍କୁ ଟିଏମସି, କଂଗ୍ରେସ, ସମାଜବାଦୀ ପାର୍ଟି, ଆରଜେଡି ପ୍ରମୁଖ ସମର୍ଥନ କରୁଛନ୍ତି। ତାଙ୍କୁ ବିରୋଧୀ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବାରୁ ଯଶୱନ୍ତ ସିହ୍ନା ବିରୋଧୀ ଦଳ ନେତାମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ତେବେ ରାଷ୍ଟ୍ରପତି ନିର୍ବାଚନ ୧୮ ଜୁଲାଇରେ ଅନୁଷ୍ଠିତ ହେବ ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: