ରାଷ୍ଟ୍ରପତି ୨ଦିନିଆ ଗସ୍ତରେ ଆସୁଛନ୍ତି ଓଡିଶା

ଭୁବନେଶ୍ୱର ୦୮।୦୩:  ଓଡିଶା ଆସୁଛନ୍ତି ରାଷ୍ଟ୍ରପତି । ଆସନ୍ତା ୨୧ରେ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଓଡିଶା ଆସିବେ ରାଷ୍ଟ୍ରପତି ।  ଆସନ୍ତା ୨୧ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ।ଗସ୍ତ ସମୟରେ  ରାଜଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି ।ତେବେ ଏହି ଗସ୍ତରେ ରାଉରକେଲା NIT ସମାବର୍ତ୍ତନ ଉତ୍ସବ ସହ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିବେ ମହାମହିମ ।୨୨ ତାରିଖରେ ରାଷ୍ଟ୍ରପତିଙ୍କ କୋଣାର୍କ ଗସ୍ତ କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି । ରାଷ୍ଟ୍ରପତି ଦାୟିତ୍ବ ନେବା ପରେ ପ୍ରଥମ ଥର ପାଇଁ କୋର୍ଣାର୍କ ମନ୍ଦିର ପରିଦର୍ଶନ କରିବେ ରାମନାଥ କୋବିନ୍ଦ । ରାଉରକେଲା NIT ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତିଙ୍କ ସହ କେତେକ କେନ୍ଦ୍ରମନ୍ତ୍ରୀ ଯୋଗାଦେବାର କାର୍ଯ୍ୟକ୍ରମ ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: