ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ହେବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୯।୦୯: ବିଶିଷ୍ଟ ସମାଜସେବୀ   ମନୋରମା ମହାପାତ୍ରଙ୍କ  ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ  ବୋଲି ମୁଖ୍ୟମନ୍ତ୍ରୀ  ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ପୁରୀ ସ୍ବର୍ଗଦ୍ଵାର ଠାରେ ସ୍ବର୍ଗତା ମହାପାତ୍ରଙ୍କ ଶେଷକୃତ୍ୟ ଆଜି ଅପରାହ୍ନରେ କରାଯିବ ବୋଲି ଜଣାଯାଇଛି । ଗତକାଲି ସନ୍ଧ୍ୟାରେ କଟକରେ ତାଙ୍କର ଦେହାନ୍ତ ହୋଇଥିଲା ।୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏସ୍‌ସିବି ମେଡିକାଲ୍‌ କାଜୁଆଲ୍‌ଟିକୁ ଅଣାଯାଇଥିଲା । ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଥିଲା । ଜଣେ ମାନବବାଦୀ କବୀ, ବଳିଷ୍ଠ ସ୍ତମ୍ଭକାର ତଥା ଓଜସ୍ୱିନୀ ସୁବକ୍ତା ଭାବେ ସ୍ୱତନ୍ତ୍ର ପରିଚୟର ଅଧିକାରୀ ହୋଇପାରିଥିବା ଶ୍ରୀମତୀ ମହାପାତ୍ର ଦୀର୍ଘ ଦିନ ଧରି ‘ସମାଜ’ର ସଂପାଦିକା ଭାବେ କାର୍ଯ୍ୟ କରିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: