ଗଞ୍ଜାମ,୧୬/୩:ରାସ୍ତାକଡ଼ରୁ ଯୁବତୀଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ବଡ଼ଘାଟି ନିକଟ ରାସ୍ତାକଡ଼ରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବତୀଙ୍କୁ କେହି ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛିଘଟଣାସ୍ଥଳରେ ଅତିରିକ୍ତ ଏସ୍ପି, ଛତ୍ରପୁର ଏସ୍ଡିପିଓ ପହଞ୍ଚି ତଦନ୍ତ ଚଳାଇଛନ୍ତି। ଥାନା ଠାରୁ ମାତ୍ର ଅଳ୍ପ ଦୂରରେ ଏହି ଘଟଣା ଘଟିଛି। ମୃତ ଯୁବତୀଙ୍କ ପରିଚୟ ମିଳିନଥିବା ବେଳେ କିଏ ଓ କାହିଁକି ଏହି ହତ୍ୟାକାଣ୍ଡ ଘଟାଇଛି ତାହାର କାରଣ ସ୍ପଷ୍ଟ ହୋଇନାହିଁ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |