ଭୁବନେଶ୍ବର, ୪।୧ଚାନ୍ଦବାଲିରୁ ୭୦ ଜଣ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରକୁ ଆସୁଥିବା ବେଳେ ଦୁର୍ଘଟଣା ଘଟିଥିଲା । ୭୦ ଜଣ ଯାତ୍ରୀଙ୍କୁ ଧରି ଯାଉଥିବା ଏକ ବସ୍ ରାସ୍ତା ତଳକୁ ଖସି ପଡ଼ିଛି । ଏହି ଦୁର୍ଘଟଣାରେ ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । କଟକ-ଚାନ୍ଦବାଲି ରାସ୍ତା ଛପୋଲିଆ ନିକଟରେ ବସଟି ଓଲଟି ପଡ଼ିଥିବା ଜଣାପଡ଼ିଛି । ବସଟି ଚାନ୍ଦବାଲିରୁ ଭୁବନେଶ୍ୱର ଆଡ଼କୁ ଆସୁଥିଲା । ହଠାତ୍ କଟକ-ଚାନ୍ଦବାଲି ରାସ୍ତା ଛପୋଳିଆ ନିକଟରେ ଏକ ହାଇୱା ଉକ୍ତ ବସକୁ ଧକ୍କା ଦେଇଥିଲା । ଫଳରେ ବସଟି ରାସ୍ତାତଳକୁ ଓଲଟି ପଡ଼ିଥିଲା । ଘଟଣାସ୍ଥଳରେ ୨୫ ଜଣ ଯାତ୍ରୀ ଆହତ ହୋଇଥିଲେ । ତେବେ ବର୍ତ୍ତମାନ ଘଟଣାସ୍ଥଳରେ ଲୋକଙ୍କ ଭିଡ଼ ଜମିଥିବା ବେଳେ ବସଟିକୁ ରାସ୍ତା ତଳୁ ଦୌଡ଼ି ସହାୟତାରେ ଉଦ୍ଧାର ଅଭିଯାନ ଜାରି ରହିଛି । ଅନ୍ୟପକ୍ଷରେ ସମସ୍ତ ଆହତଙ୍କୁ ଚିକିତ୍ସା ନିମନ୍ତେ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |