ଭୁବନେଶ୍ୱର ୧୨/୦୯ : ଲଘୁଚାପ ଘନୀଭୂତ ହେଉଛି । ଏହା ଅବପାତ ରୂପ ନେବ । ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି । ଆଜି ଓ କାଲି ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହେଉଛି । ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହେଉଛି ଲଘୁଚାପ । ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବେଙ୍ଗୋପସାଗରରେ ପରିଣତ ହେଲା ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ୮ଟି ଜିଲ୍ଲାକୁ ଅରେଞ୍ଜ ଓ ୯ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ୧୪ ତାରିଖ ଯାଏ ସମୁଦ୍ରକୁ ନ ଯିବାକୁ ମତ୍ସଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୁଚନା ଦିଆଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |