ଲଘୁଚାପ ପ୍ରଭାବରେ ଆସନ୍ତା ୨-୩ ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର , ୭।୯: ଉତ୍ତର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଓଡ଼ିଶା ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ୭.୬ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି । ଆସନ୍ତା ୨-୩ ଦିନ ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: