ଭୁବନେଶ୍ୱର,୧୩/୧୦ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତ ନେବା ପରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି । ଉତ୍ତର ଆନ୍ଧ୍ରପ୍ରଦେଶ ଛୁଇଁଛି ଗଭୀର ଅବପାତ । ଆନ୍ଧ୍ରପ୍ରଦେଶର କାକିନାଡା ନିକଟରେ ଛୁଇଁଛି ଏହି ଗଭୀର ଅବପାତ । ସକାଳ ୬ଟା ୩୦ରୁ ୭ଟା ୩୦ ମଧ୍ୟରେ ଗଭୀର ଅବପାତ ଅତିକ୍ରମ କରିଛି । ତେବେ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଜାରି ରହିଛି । ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ଜଗତସିଂହପୁର ଓ ଗଜପତିରେ ବର୍ଷା ଜାରି ରହିଛି । ଭୁବନେଶ୍ବରରେ ମଧ୍ୟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଜାରି ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |