ଭୁବନେଶ୍ବର,୨୯|୦୭: ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ ଅଞ୍ଚଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ବୁଧବାର ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଏହା ବାଂଲାଦେଶ ଉପକୂଳ ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ସକ୍ରିୟ ରହିଛି। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଏହି ଲଘୁଚାପ କ୍ଷେତ୍ର ପ୍ରଭାବରେ ୩୦ ତାରିଖ ଯାଏଁ ଓଡ଼ିଶାର କେତେକ ଜିଲାର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଦେବଗଡ, ଅନୁଗୋଳ, ସମ୍ବଲପୁର, ସୋନପୁର, ବରଗଡ, ଝାରସୁଗୁଡା ଏବଂ ଢେଙ୍କାନାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୩୦ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଏବଂ ଉତ୍ତର ବଙ୍ଗୋପସାଗର ସଂଲଗ୍ନ ଗଭୀର ସମୁଦ୍ର ମଧ୍ୟରେ ପ୍ରବେଶ ନ କରିବାକୁ ମତ୍ସ୍ୟଜୀବୀକୁ ମନା କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |