ଭୁବନେଶ୍ବର,୧୦/୦୮: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଥିବା ସଦୃଶ୍ୟ ଲଘୁଚାପ କ୍ଷେତ୍ର ମଙ୍ଗଳବାର ଅବପାତର ରୂପ ନେଇଛି । ଏହି ଅବପାତର ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି । ଏନେଇ ରାଜ୍ୟରେ ୧୯ ଜିଲ୍ଲାକୁ ଚେତାବନୀ ଦିଆଯାଇଛି । ୯ ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ହେବାର ଆଶଙ୍କା ଥିବାରୁ ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ‘ଅରେଞ୍ଜ୍’ ଏବଂ ‘ୟେଲୋ’ ସତର୍କ ସୂଚନା ଜାରି କରିଛି। ସେହିପରି ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ରହିବ । ତେଣୁ ଆସନ୍ତା ୧୧ ତାରିଖ ଯାଏ ସମୁଦ୍ର ଭିତରକୁ ପ୍ରବେଶ ନ କରିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |