ଭୁବନେଶ୍ୱର ୦୬/୦୯: ସୋମବାର ସକାଳ ସୁଦ୍ଧା ଉତ୍ତର ଓ ପାଶ୍ୱର୍ବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଲଘୁଚାପ ରୂପ ନେବା ସମ୍ଭାବନା ଅଛି । ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି । ଆସନ୍ତା ଦୁଇଦିନ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ଲାଗି ରହିବ । ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବ । ଆସନ୍ତା ଦୁଇଦିନ ସମୁଦ୍ର ଅଶାନ୍ତ ରହିବା ସହ ଦକ୍ଷିଣ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି । ପାଣିପାଗ ବିଭାଗର ଆକଳନ ହେଲା, ସୋମବାର ଅଧିକାଂଶ ସ୍ଥାନରେ ବର୍ଷା ହେବ । ଗଜପତି, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ପୁରୀ ଜିଲ୍ଲାର ଗୋଟିଏ ବି ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ମାଲକାନଗିରି, ରାୟଗଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ନବରଙ୍ଗପୁରରେ ସ୍ଥାନେ ସ୍ଥାନେ ପ୍ରବଳ ସମ୍ଭାବନା ଅଛି । ମଙ୍ଗଳବାର ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଅଛି । ବୁଧବାରଠାରୁ ବର୍ଷା କମିବ । ତେବେ ୧୧ କିମ୍ବା ୧୨ ତାରିଖବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ଏହି ଲଘୁଚାପ ହେଲେ ପୁଣି ବର୍ଷା ବଢ଼ିବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |