ଲଘୁଚାପ ଯୋଗୁଁ ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର ,୧୪/୦୭:  ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ସକ୍ରିୟ ରହିଥିବାରୁ ଆସନ୍ତାକାଲିଠାରୁ ତିନିଦିନ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା।  ।  ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷିବ । ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ପୂର୍ବାନୁମାନ କରାଯାଇଛି । ଗତ ୨୪ ଘଣ୍ଟାରେ ଢେଙ୍କାନାଳରେ ୪୪.୨ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱରରେ ୨୪.୨, ଖୋର୍ଦ୍ଧାରେ ୨୨, ବାରିପଦାରେ ୨୧, ଅନୁଗୁଳରେ ୧୯.୬, ସମ୍ବଲପୁରରେ ୧୯.୪, ବୌଦ୍ଧରେ ୧୭.୪, ନୟାଗଡ଼ରେ ୧୭ ଓ ଯାଜପୁରରେ ୧୭ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଜଳସମ୍ପଦ ବିଭାଗର ତଥ୍ୟ ଅନୁସାରେ, ବରପାଲିରେ ୯୪ ମିଲିମିଟର, ଘସିପୁରାରେ ୮୧.୧, ଭଞ୍ଜନଗରରେ ୮୧, ସିନାପାଲିରେ ୭୮, ଟିଟିଲାଗଡ଼ରେ ୭୭.୨, ଗୋଲାମୁଣ୍ଡାରେ ୭୪, ବିଜେପୁରରେ ୭୩, ଆନନ୍ଦପୁରରେ ୬୨, ହାଟଡ଼ିହିରେ ୫୮, ଆଠମଲ୍ଲିକରେ ୫୧ ଓ କେସିଙ୍ଗାରେ ୭୦ ମିଲିମିଟର ବର୍ଷା ରେକର୍ଡ ହୋଇଛି ।ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶକ ଡ. ଏଚ୍‌ଆର ବିଶ୍ୱାସ କହିଛନ୍ତି, ଲଘୁଚାପ ପ୍ରଭାବରେ ଆସନ୍ତା ୪ ଦିନ ଯାଏ ରାଜ୍ୟରେ ଅଧିକ ବର୍ଷା ଜାରି ରହିବ । ୧୪ରେ ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ ବୌଦ୍ଧ ଜିଲ୍ଲା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୫ରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ୧୬ରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ ଓ ଯାଜପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୧୭ରେ ମଧ୍ୟ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: