ଲାଗି ରହିବ ପ୍ରବଳ ବର୍ଷା

ଭୁବନେଶ୍ୱର ୫/୮ : ଉତ୍ତର ବଙ୍ଗୋପସାଗରରେ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ପାଖାପାଖି ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଉପକୂଳ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ଷା ଲାଗି ରହିଛି । ବୁଧବାର ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଏବଂ ଦକ୍ଷିଣ ଓଡ଼ିଶାର ଅନେକ ଜାଗାରେ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ପୂର୍ବାନୁମାନ କରିଛି । ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼ରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ଅନୁଗୁଳ, ନୂଆପଡ଼ା, ସୋନପୁର, ବଲାଙ୍ଗିରରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: