ନୂଆଦିଲ୍ଲୀ ୦୮/୧୧ : ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡ଼ଭାନୀଙ୍କର ଆଜି ୯୩ତମ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଘରକୁ ଯାଇ ତାଙ୍କୁ ଶୁଭକାମନା ଦେଇଛନ୍ତି । ଲାଲକୃଷ୍ଣ ଆଡ଼ଭାନୀଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟ କରି କହିଛନ୍ତି, ବିଜେପିକୁ ଲୋକଙ୍କ ପାଖକୁ ପହଞ୍ଚାଇବା ସହ ଦେଶର ବିକାଶରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଲାଲକୃଷ୍ଣ ଆଡ଼ଭାନୀଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା। ସେ ଦେଶର କୋଟି କୋଟି କାର୍ଯ୍ୟକର୍ତ୍ତାଙ୍କ ସହ ଦେଶବାସୀଙ୍କ ପ୍ରେରଣାର ସ୍ରୋତ। ତାଙ୍କ ଆୟୁଷ ଓ ସୁସ୍ଥ ଜୀବନ ପାଇଁ ମୋଦି ପ୍ରାର୍ଥନା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଛଡା ବିଜେପିର ଅନେକ ନେତା ମଧ୍ୟ ଆଡ଼ଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।
भाजपा को जन-जन तक पहुंचाने के साथ देश के विकास में अहम भूमिका निभाने वाले श्रद्धेय श्री लालकृष्ण आडवाणी जी को जन्मदिन की बहुत-बहुत बधाई। वे पार्टी के करोड़ों कार्यकर्ताओं के साथ ही देशवासियों के प्रत्यक्ष प्रेरणास्रोत हैं। मैं उनकी लंबी आयु और स्वस्थ जीवन की प्रार्थना करता हूं।
— Narendra Modi (@narendramodi) November 8, 2020
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |