ଲୋକସେବା ଭବନରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରବେଶକୁ ଅନୁମତି

ଭୁବନେଶ୍ବର ୧୨/ ୦୪ : ଲୋକସେବା ଭବନରୁ ହଟିଲା କୋଭିଡ୍‌ କଟକଣା । କୋଭିଡ ମହାମାରୀ କାରଣରୁ ଲୋକସେବା ଭବନରେ ଲାଗୁ ହୋଇଥିବା କଟକଣାକୁ ହଟାଇ ଦେଇଛନ୍ତି ରାଜ୍ୟ ସରକାର । ଏ ନେଇ ଗୃହ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ଏହା ସହିତ ଖାରବେଳ ଭବନ ଏବଂ ରାଜୀବ ଭବନରୁ ମଧ୍ୟ କୋଭିଡ କଟକଣା ହଟାଇ ଦିଆଯାଇଛି । ଆସନ୍ତା ଏପ୍ରିଲ ୧୮ ତାରିଖରୁ ଲୋକସେବା ଭବନ ସମେତ ଖାରବେଳ ଭବନ ଏବଂ ରାଜୀବ ଭବନ ଖୋଲାଯିବ।  ଖାରବେଳ ଭବନ ଏବଂ ରାଜୀବ ଭବନରୁ ମଧ୍ୟ କୋଭିଡ କଟକଣା ହଟାଇ ଦିଆଯାଇଛି । ଗୃହ ବିଭାଗ ପକ୍ଷରୁ ଜାରି ନୋଟିସରେ କୁହାଯାଇଛି ଯେ, କୋଭିଡ ସଂକ୍ରମଣ ହ୍ରାସ ପାଇଥିବାରୁ ପ୍ରତିବନ୍ଧକ ମଧ୍ୟ ହଟାଯାଇଛି । ତେଣୁ ରାଜ୍ୟ ସରକାର ଆସନ୍ତା ଏପ୍ରିଲ ୧୮ ତାରିଖରୁ ଲୋକସେବା ଭବନ ସର୍ବସାଧାରଣଙ୍କ ପାଇଁ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ।

WhatsApp Image 2022 04 12 at 3.35.32 PM 747x1024 1

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: