କଟକ, ୨୨/୦୩ : ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଆବେଦନ ଖାରଜ। ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠାଙ୍କ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ। ବହୁ ଚର୍ଚ୍ଚିତ କ୍ୟାମେରାମାନ ମାନସ ସ୍ୱାଇଁ ହତ୍ୟା ଘଟଣାକୁ ବିତିଲାଣି ଏକ ମାସରୁ ଅଧିକ ଦିନ । ଏବେ ଯାଏଁ ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରିଛି ପୋଲିସ। ହେଲେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କୁ ଧରିବାରେ ବିଫଳ ହୋଇଛି ପୋଲିସ। ଏବେ ଶର୍ମିଷ୍ଠା ରାଉତ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ । ହେଲେ ଆଗୁଆ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି ହାଇକୋର୍ଟ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |