‘ଶାନ୍ତିଲତା’ ବସ୍ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୨ ଲକ୍ଷର ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର, ୨୨/୦୧: ଆଜି ଅପରାହ୍ନରେ ବାଲେଶ୍ବର ଜିଲ୍ଲା ସୋର ଠାରେ ବସ୍ ଦୁର୍ଘଟଣାରେ ଛଅ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।ଆଜି ୧୬ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । କୋଇଲା ବୋଝେଇ ଟ୍ରକ୍ ସହ ଧକ୍କା ହୋଇ ନୟନଜୋରିକୁ ବସ୍‌ ଓଲଟି ପଡ଼ିବା ଫଳରେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏଥିରେ ୮ ଜଣ ଲୋକ ଗୁରୁତର ହୋଇଥିବା ବେଳେ ୧୦-୧୫ ଜଣ ଲୋକ ଆହତ ହୋଇଛନ୍ତି ।ଦମକଳ ବାହିନୀ ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: