ଶ୍ରୀଜୀଉଙ୍କ ବନକଲାଗି ନୀତି: ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୧୦।୧:  ଶ୍ରୀବିଗ୍ରହଙ୍କ ବନକଲାଗି ନୀତି।ଆସନ୍ତାକାଲି ମାଘ କୃଷ୍ଣ ଚତୁର୍ଥୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ବୁଧବାର ମାଘ-କୃଷ୍ଣ ଚତୁର୍ଥୀ ତିଥି। ଏହି ତିଥିରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଏହି ନୀତିରେ ଶୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ଏହି ସମୟରେ ୪ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ଣ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ସୂତ୍ରରୁ ଏହି ସୂଚନା ଦିଆଯାଇଛି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇ ଏହି ନୀତି ସମ୍ପାଦନ କରାଯାଇଥାଏ। ଦତ୍ତ ମହାପାତ୍ର ସେବାୟତମାନଙ୍କ ଦ୍ୱାରା ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: